Advertisment

ଚାଷୀଙ୍କୁ କାମୁଡ଼ିଦେଲା ସ୍କ୍ରବ୍ ଟାଇଫସ ପୋକ; ଚାଲିଗଲା ଜୀବନ

ଲେକ୍ରୁ ନିଜ ଧାନ ଚାଷରେ ସାର ସିଞ୍ଚନ କରିବା ପାଇଁ ବିଲକୁ ଯାଇଥିଲେ। ସେଠାରେ ତାଙ୍କୁ ସ୍କ୍ରବ ଟାଇଫସ୍ ପୋକ କାମୁଡ଼ି ଦେଇଥିଲା।

ଅଦ୍ୟତନ ହୋଇଛି
Death person

Death person

Advertisment

ସ୍କ୍ରବ୍ ଟାଇଫସରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତ ଚାଷୀ ଜଣଙ୍କ ହେଲେ ଲେକ୍ରୁ ସାହୁ (୫୮)। ଏପରି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ ଆଖିଦାଦର ଗାଁରେ।

Advertisment

ଲେକ୍ରୁ ନିଜ ଧାନ ଚାଷରେ ସାର ସିଞ୍ଚନ କରିବା ପାଇଁ ବିଲକୁ ଯାଇଥିଲେ। ସେଠାରେ ତାଙ୍କୁ ସ୍କ୍ରବ ଟାଇଫସ୍ ପୋକ କାମୁଡ଼ି ଦେଇଥିଲା। ପରିବାର ଲୋକେ ତାଙ୍କୁ ପ୍ରଥମେ ବରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।

ପରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ବୁର୍ଲା ସମଲେଶ୍ଵରୀ ଘରୋଇ ନର୍ସିଂ ହୋମରେ ଭର୍ତ୍ତି କରାଯାଇଥିଲା। ସେଠାରେ ୧୧ ଦିନ ଚିକିତ୍ସାଧୀନ ରହିବା ପରେ ତାଙ୍କର ମୃତ୍ୟୁ ଘଟିଛି। ଲେକ୍ରୁଙ୍କର ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। 

Advertisment
Farmer Farmer Death Sonepur
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe