ବିଦ୍ୟୁତ୍ ଆଘାତରେ ଚାଲିଗଲା ବାପାପୁଅଙ୍କ ଜୀବନ। ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ମା’। ଘଟଣାଟି ଘଟିଛି ଯାଜପୁର ଜିଲ୍ଲା ଯାଜପୁର ରୋଡ୍ ଥାନା ବେଙ୍ଗପାଟିଆ ଗାଁରେ।
ମୃତକମାନେ ହେଉଛନ୍ତି ଗଣେଶ ମଣ୍ଡଳ ଓ ତାଙ୍କ ପୁଅ ଆଶୁ ମଣ୍ଡଳ। ଗୁରୁତର ତୁଳସୀ ମଣ୍ଡଳଙ୍କୁ ଦାନଗଦି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ବାପପୁଅ ଘରେ କୌଣସି ବିଦ୍ୟୁତ୍ ମରାମତି କାମ କରୁଥିବା ବେଳେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି। ପ୍ରଥମେ ଆଶୁ ମଣ୍ଡଳଙ୍କୁ ବିଦ୍ୟୁତ୍ ଆଘାତ ଲାଗିଥିଲା। ତାଙ୍କୁ ବାପା ଗଣେଶ ମଣ୍ଡଳ ଓ ମା’ ତୁଳସୀ ମଣ୍ଡଳ ବଞ୍ଚାଇବାକୁ ଉଦ୍ୟମ କରିଥିଲେ।
ପୁଅକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍ ଆଘାତରେ ଗଣେଶ ମଣ୍ଡଳଙ୍କର ମୃତ୍ୟୁ ଘଟିଥିବା ବେଳେ ମା’ ତୁଳସୀ ମଣ୍ଡଳ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଅନ୍ୟପକ୍ଷରେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରିଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।