ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ର ସଲଣ୍ଡି-ଖରବାହାଲି ଗାଁ ମଝିରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ବାପପୁଅଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ମନୁ ନିଆଲ ଓ ତାଙ୍କ ପୁଅ କ୍ଷେତ୍ରି ନିଆଲ। ସେମାନେ ଖରବାହାଲିର ବାସିନ୍ଦା ଥିଲେ।
Also Read
ବାପପୁଅ ବାଇକ ଯୋଗେ କଣ୍ଟାବାଞ୍ଜିରୁ ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ। ସଲଣ୍ଡି-ଖରବାହାଲି ଗାଁ ମଝିରେ ଏକ ଗଛରେ ସେମାନଙ୍କ ବାଇକ ପିଟି ହୋଇଯାଇଥିଲା। ସ୍ଥାନୀୟ ଲୋକେ ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବେଲପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। କିନ୍ତୁ ଡାକ୍ତର ସେଠାରେ ମନୁ ନିଆଲଙ୍କୁ ମୃତ ଘୋଷଣା କରିଥିଲେ।
କ୍ଷେତ୍ରି ନିଆଲଙ୍କ ଅବସ୍ଥା ସଂକଟାପନ୍ନ ଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲକୁ ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ବେଲପଡ଼ା ଥାନା ପୁଲିସ ଘଟଣାର ତଦନ୍ତ କରୁଛି।
ରିପୋର୍ଟ- ପାଟଣାଗଡ଼ରୁ କରୁଣାକର ବୁଡ଼େକ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।