ଖୋର୍ଦ୍ଧାସ୍ଥିତ ଏକ ରିଫାଇନ୍ ତେଲ ଫ୍ୟାକ୍ଟ୍ରିରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟି ଯାଇଛି। ସର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇ ଯାଇଛି।
ରିଫାଇନ୍ ତେଲ ଫ୍ୟାକ୍ଟ୍ରିଟି ବାଘମାରୀ ଥାନା ସାରୁଅ ଶିଳ୍ପାଞ୍ଚଳରେ ଥିବା ଜଣାଯାଇଛି। ଆଜି ଦିନ ବେଳା ଉକ୍ତ ଫ୍ୟାକ୍ଟ୍ରିରେ କର୍ମଚାରୀ କାମରେ ନିୟୋଜିତ ଥିଲେ। ଉକ୍ତ ସମୟରେ ଫ୍ୟାକ୍ଟ୍ରିର ଗୋଦାମ ଓ ଅଫିସ ରୁମ୍ରେ ସର୍ଟ ସର୍କିଟ ହୋଇ ପ୍ରବଳ ଧୂଆଁ ବାହାରିଥିଲା।
ଏହାଦେଖି ଛାନିଆ ହୋଇ ସବୁ କର୍ମଚାରୀ ବାହାରକୁ ଚାଲି ଆସିଥିଲେ। ଖବର ପାଇ ତୁରନ୍ତ ୩ଟି ଦମକଳ ଗାଡ଼ି ପହଞ୍ଚି ନିଆଁ ଲିଭାରେ ନିୟୋଜିତ ଅଛନ୍ତି।
ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ନିଆଁ ସମ୍ପୂର୍ଣ୍ଣ ଲିଭି ନ ଥିବା ଜଣାଯାଇଛି। ଏଥିରେ କୌଣସି ଜୀବନ ହାନୀ ହୋଇ ନ ଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ଯାଇଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।