Advertisment

ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅଗ୍ନିକାଣ୍ଡ

ଆଜି ସକାଳେ ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ନିଆଁ ଲାଗିଯାଇଥିଲା।

Fire

Fire

Advertisment

ପୁରୀ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ନିଆଁ ଲାଗିଯାଇଛି। କେହି ଦୁର୍ବୃତ୍ତ ଅଳିଆ ଗଦାରେ ନିଆଁ ଲଗାଇ ଦେଇଥିବା ଅନୁମାନ କରାଯାଉଛି। ଅଗ୍ନିଶମ ବାହିନୀ ଦ୍ୱାରା ନିଆଁକୁ ଆୟତ୍ତ କରାଯାଇଛି। ଏଥିରେ କାହାର କିଛି କ୍ଷତି ହୋଇ ନାହିଁ।

Advertisment

ଆଜି ସକାଳେ ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ନିଆଁ ଲାଗିଯାଇଥିଲା। ଶୀଘ୍ର ନିଆଁ ଚାରିଆଡେ ବ୍ୟାପି ଯାଇଥିଲା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ। ହେଲେ ଅତ୍ୟଧିକ ଧୁଆଁ ହେଉଥିବାରୁ ଅଗ୍ନିଶମ ବାହିନୀକୁ ନିଆଁକୁ ଆୟତ୍ତ କରିବା କଷ୍ଟକର ହୋଇ ପଡ଼ିଥିଲା। ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲେ।

ତେବେ କିଏ ଏହି ନିଆଁ ଲଗାଇଲା, କାହିଁକି ନିଆଁ ଲଗାଇଲା ତାହାର କାରଣ ଅସ୍ପଷ୍ଟ ରହିଛି। ଏନେଇ ପୁଲିସ କିମ୍ବା ଜିଲ୍ଲା ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ। 

Advertisment
Puri Fire Breakout
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe