Advertisment

ରାଜଧାନୀରେ ଅଘଟଣ, ଆପାର୍ଟମେଣ୍ଟରେ ଲାଗିଲା ନିଆଁ

ଭୁବନେଶ୍ୱର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଲାଗିଛି ନିଆଁ ।

ଅଦ୍ୟତନ ହୋଇଛି
FIRE

FIRE

Advertisment

ଭୁବନେଶ୍ୱର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ସକାଳୁ ସକାଳୁ ଲାଗିଛି ନିଆଁ ।  ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି । ଏଥିରେ କେହି ଆହତ ହୋଇ ନ ଥିବା ଜଣାଯାଇଛି। 

Advertisment

ପଟିଆ ଛକ ନିକଟରେ ଥିବା କେ.କେ ପ୍ଲାଜା ନାମକ ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଥିବା ୫୦୮ ନଂ ଫ୍ଲାଟରୁ ସକାଳୁ ସକାଳୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। କିଛି ସମୟ ପରେ ଏହା ଚାରିଆଡ଼େ ବ୍ୟାପିବାକୁ ଲାଗିଲା। ଉକ୍ତ ଫ୍ଲାଟଟି ଦୀର୍ଘ ଦିନ ହେଲା ତାଲା ପଡ଼ିଥିବାରୁ ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଲାଗିଥିବା ଅନୁମାନ କରାଯାଉଛି।

ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚିଥିଲେ। ନିଆଁ ଲିଭା ସରଞ୍ଜାମ ଏତେ ଉଚ୍ଚକୁ ନେବା ଏକ ଚ୍ୟାଲେଞ୍ଜ ଭାବେ ଉଭା ହୋଇଥିଲା। ମାତ୍ର ବହୁ ପରିଶ୍ରମ ପରେ ଅଗ୍ନିଶମ କର୍ମଚାରୀ ନିଜ ସରଞ୍ଜାମ ସହ ସେଠାରେ ପହଞ୍ଚିଥିଲେ। ଦୀର୍ଘ ସମୟର ପରିଶ୍ରମ ପରେ ସେମାନେ ନିଆଁକୁ ଆୟତ୍ତ କରିଥିବା ଜଣାଯାଇଛି।

Advertisment

ନିଆଁ ଲାଗିବାରୁ ତୁରନ୍ତ ଆପାର୍ଟମେଣ୍ଟର ଅନ୍ତେବାସୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଛି। ଚାରିଆଡ଼େ ଧୂଆଁ ଖେଳି ଯାଇଥିବାରୁ କିଛି ଲୋକ ଅଣନିଶ୍ୱାସୀ ହୋଇ ପଡ଼ିଥିବା ଅଭିଯୋଗ କରିଛନ୍ତି। ତେବେ କେହି ମେଡିକାଲରେ ଭର୍ତ୍ତି ହୋଇ ନ ଥିବା ଜଣାଯାଇଛି।

ଏଭଳି ଅଗ୍ନିକାଣ୍ଡ ଯୋଗୁ ଆପାର୍ଟମେଣ୍ଟ ତଥା ଆଖପାଖ ଅଞ୍ଚଳବାସୀ ଭୟଭୀତ ହୋଇ ପଡ଼ିଛନ୍ତି।  

Bhubaneswar Fire Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe