Advertisment

ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ; ଫାଟିଲା ୨ଟି ଗ୍ୟାସ ସିଲିଣ୍ଡର, ଜଳିଗଲା ୫ ଦୋକାନ

ପ୍ରଥମେ ଏକ ଫାଷ୍ଟ ଫୁଡ୍ ଦୋକାନରେ ସର୍ଟସର୍କିଟରୁ ନିଆଁ ଲାଗିଥିଲା । ପରେ ଦୁଇଟି ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହେବାରୁ ଅଗ୍ନିକାଣ୍ଡ ବ୍ୟାପକ ରୂପ ଧାରଣ କରିଥିଲା ।

Fire

Fire

Advertisment

ରାତି ଅଧରେ ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଯାଇଛି । ମଞ୍ଚେଶ୍ୱର ଥାନା ପାଣ୍ଡରା ଛକ ନିକଟରେ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ଟି ଦୋକାନ ସମ୍ପୂର୍ଣ୍ଣ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ଗୋଟିଏ ବାଇକ୍ ମଧ୍ୟ ନିଆଁର ଆଁରେ ଜଳି ପୋଡ଼ି ପାଉଁଶ ହୋଇଯାଇଛି |

Advertisment

ଆଶଙ୍କା କରାଯାଉଛି ଯେ, ପ୍ରଥମେ ଏକ ଫାଷ୍ଟ ଫୁଡ୍ ଦୋକାନରେ ସର୍ଟସର୍କିଟରୁ ନିଆଁ ଲାଗିଥିଲା । ପରେ ଦୁଇଟି ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହେବାରୁ ଅଗ୍ନିକାଣ୍ଡ ବ୍ୟାପକ ରୂପ ଧାରଣ କରିଥିଲା ।

ଖବର ପାଇ ପୁଲିସ ଏବଂ ଅଗ୍ନିଶମ ବାହିନୀ ଦୁଇଟି ଟିମ୍ ପହଞ୍ଚି ନିଆଁକୁ ଆୟତ କରିବା ପାଇଁ ବେଶ୍ ପରିଶ୍ରମ କରିଥିଲେ । ଦୀର୍ଘ ସମୟର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଏବଂ ଏଥିରେ କେତେ ମାତ୍ରାରେ କ୍ଷୟକ୍ଷତି ହୋଇଛି ସେନେଇ କିଛି ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସି ପାରୁନାହିଁ ।

Advertisment
Bhubaneswar Fire Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe