Advertisment

ରାଜଧାନୀର ଭୂତଳ ମାର୍କେଟରେ ଲାଗିଲା ନିଆଁ, ୬ ଦୋକାନ ଭସ୍ମୀଭୂତ

ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବହୁ ସମୟର ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛନ୍ତି ।

ଅଦ୍ୟତନ ହୋଇଛି
Fire

Fire

Advertisment

ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବହୁ ସମୟର ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛନ୍ତି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଏଥିରେ ଲକ୍ଷାଧିକ ଟଙ୍କାର କ୍ଷତି ହୋଇଥିବା ଜଣାଯାଇଛି।

Advertisment

ୟୁନିଟ-୧ ଓ ୟୁନିଟ-୨ ମାର୍କେଟକୁ ସଂଯୋଗ କରୁଥିବା ଭୂତଳ ମାର୍କେଟରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ମାତ୍ର ତାହା ଏକ ଭୂତଳ ମାର୍କେଟ ହୋଇଥିବାରୁ ପ୍ରବେଶ ପଥ ଓ ପ୍ରସ୍ଥାନ ପଥ ହିଁ ବାଟ ଥିଲା।

ଉଭୟ ପଟେ ପ୍ରଖର ବେଗରେ ନିଆଁ ଓ ଧୂଆଁ ବାହାରୁଥିବାରୁ ଅଗ୍ନିଶମ କର୍ମଚାରୀ ପ୍ରାୟ ଘଣ୍ଟାଏ କାଳ ଭିତରେ ପଶି ପାରି ନ ଥିଲେ। ଏହାପରେ ଭେଣ୍ଟିଲେସନ ବାଟକୁ ଭାଙ୍ଗି ଧୂଆଁ ବାହାର କରାଯାଇଥିଲା। ତା’ ପରେ ଅଗ୍ନିଶମ କର୍ମଚାରୀ ଭିତରେ ପଶିଥିଲେ। ସେମାନେ ପ୍ରାୟ ୪ ଘଣ୍ଟା କାଳ ପରିଶ୍ରମ କରିବା ପରେ ନିଆଁକୁ ଆୟତ୍ତ କରିଥିଲେ।

Advertisment
Fireନିଆଁ ଲାଗି ଭୂତଳ ମାର୍କେଟରେ ଥିବା ଦୋକାନ ଛାରଖାର।

ଏହି ଅଗ୍ନିକାଣ୍ଡରେ ୬ କପଡ଼ା ଦୋକାନ ସମ୍ପୂର୍ଣ୍ଣ ଜଳି ଯାଇଥିବା ବେଳେ ବହୁ ଦୋକାନ କ୍ଷତିଗ୍ରସ୍ତ ହୋଇଛି। ଏହି ଅଗ୍ନିକାଣ୍ଡ ଯୋଗୁ ପ୍ରାୟ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ଯାଇଛି।

ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନି। ଗତକାଲି ଦୀପାବଳି ଥିବାରୁ ବାଣ ନିଆଁ ପଡ଼ି ଏପରି ଅଗ୍ନିକାଣ୍ଡ ଘଟିଥାଇପାରେ କିମ୍ବା ସର୍ଟସର୍କିଟରୁ ଏପରି ହୋଇଥାଇପାରେ ବୋଲି ଅନୁମାନ କରାଯାଇଛି। ପୁଲିସ୍ ପହଞ୍ଚି ସିସିଟିଭି ଫୁଟେଜ ଖୋଳତାଡ଼ କରି ଅଗ୍ନିକାଣ୍ଡର କାରଣ ଜାଣିବାକୁ ଚେଷ୍ଟା କରୁଛି।

Bhubaneswar Fire Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe