Advertisment

ଲୁଗା ଦୋକାନରେ ଲାଗିଲା ନିଆଁ, ଜଳିଗଲେ ମାଲିକ

ଆଜି ଅପରାହ୍ନ ପ୍ରାୟ ୩ଟା ବେଳେ ଜଟଣୀ ରାଜା ବଜାରରେ ଥିବା ସୂର୍ଯ୍ୟ ମହାପାତ୍ରଙ୍କ ଲୁଗା ଦୋକାନରେ ନିଆଁ ଲାଗି ଯାଇଥିଲା। ଚାହୁଁ ଚାହୁଁ ନିଆଁ ପୂରା ଦୋକାନରେ ବ୍ୟାପି ଯାଇଥିଲା।

author-image
Manoranjan Sial
Fire

Fire

ଲୁଗା ଦୋକାନରେ ଲାଗିଲା ନିଆଁ। ପୋଡ଼ିଗଲେ ଦୋକାନ ମାଲିକ। ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ଘଟଣା ଖୋର୍ଦ୍ଧା ଜିଲ୍ଲା ଜଟଣୀ ରାଜା ବଜାରରେ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ଲୁଗା ପୋଡ଼ି ଯାଇଛି।

Advertisment

ଆଜି ଅପରାହ୍ନ ପ୍ରାୟ ୩ଟା ବେଳେ ଜଟଣୀ ରାଜା ବଜାରରେ ଥିବା ସୂର୍ଯ୍ୟ ମହାପାତ୍ରଙ୍କ ଲୁଗା ଦୋକାନରେ ନିଆଁ ଲାଗି ଯାଇଥିଲା। ଚାହୁଁ ଚାହୁଁ ନିଆଁ ପୂରା ଦୋକାନରେ ବ୍ୟାପି ଯାଇଥିଲା। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇଁ ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚିଥିଲେ। ନିଆଁ ଲିଭାଇବାକୁ ଉଦ୍ୟମ ଆରମ୍ଭ କରିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଅଗ୍ନିଶମ କର୍ମଚାରୀମାନେ ନିଆଁ ଆୟତ୍ତ କରିଥିଲେ। ଆଉ ଘର ଭିତରୁ ଦୋକାନ ମାଲିକ ଶ୍ରୀ ମହାପାତ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ।

ଶ୍ରୀ ମହାପାତ୍ରଙ୍କୁ ଭୁବନେଶ୍ୱରରେ ଏକ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ମେଡିକାଲ୍‌ରେ ଚିକିତ୍ସାଧୀନ ଅବସ୍ଥାନରେ ତାଙ୍କର ମୃତ୍ୟୁ ଘଟିଛି। ତେବେ କେଉଁ କାରଣରୁ ଦୋକାନରେ ନିଆଁ ଲାଗିଲା, ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ। ପୁଲିସ୍‌ ଓ ଅଗ୍ନିଶମ ବିଭାଗ ମିଳିତ ଭାବେ ଘଟଣାର ତଦନ୍ତ ଚଳାଇଛନ୍ତି। ମିଳିଥିବା ସୂଚନା ଅନୁସାରେ ଲୁଗା ଦୋକାନରେ ଥିବା ଲକ୍ଷାଧିକ ଟଙ୍କାର ଲୁଗା ପୋଡ଼ି ପାଉଁଶ ହୋଇଯାଇଛି।

Advertisment

ରିପୋର୍ଟ- ଜଟଣୀରୁ ନିରଞ୍ଜନ ବେହେରା

Accident Fire Breakout Khorda