Fire
ଚିଙ୍ଗୁଡ଼ି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ଗୋଦାମରେ ଥିବା ମାଛ, ଚିଙ୍ଗୁଡ଼ି ଜଳି ପୋଡ଼ି ପାଉଁଶ ହୋଇଯାଇଛି। ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା ଅନ୍ତର୍ଗତ ଚିଲିକା କୂଳ ଯମୁନା ଗାଁରେ ଏହି ଘଟଣା ଘଟିଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୂ ଆୟତ୍ତ କରିଛନ୍ତି।
ଆଗକୁ ଛାଡ଼ଖାଇ ଆସୁଥିବାରୁ ଗୋଦାମ ମାଲିକ ପବିତ୍ର ସାହୁ ତିନିଲକ୍ଷ ଟଙ୍କାରୁ ଅଧିକ ମାଛ ଓ ଚିଙ୍ଗୁଡ଼ି ରଖିଥିଲେ। ଆଜି ସକାଳେ ହଠାତ୍ ଗୋଦାମରେ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଲୋକେ ଏହା ଦେଖି ମାଲିକଙ୍କୁ ଖବର ଦେବା ସହ ଅଗ୍ନିଶମ ବାହତନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ସେତେବେଳକୁ ଗୋଦାମରେ ଥିବା ମାଛ ଚିଙ୍ଗୁଡ଼ି ଜଳିପୋଡ଼ି ପାଉଁଶ ହୋଇଯାଇଥିଲା।
ସଟ୍ସର୍କିଟ ଯୋଗୁ ଏହି ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ହେଲେ ପ୍ରକୃତ କାରଣ ଜଣାପଡ଼ି ନାହିଁ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Fire_1731554862.jpg)