Advertisment

ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କ ପରଲୋକ

୨୦୦୮ ମସିହା ଉପନିର୍ବାଚନରେ କଂଗ୍ରେସ ଟିକଟରୁ ବିଜୟୀ ହୋଇଥିଲେ ପୂର୍ଣ୍ଣଚନ୍ଦ୍ର।

author-image
Tapaswini Nayak
ଅଦ୍ୟତନ ହୋଇଛି
Former congress mla

Former congress mla

କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ସ୍ଥିତ AIIMS ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ପ୍ରାୟ ୩ ମାସ ହେବ AIIMSରେ ଚିକିତ୍ସାଧୀନ ଥିଲେ। ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି। 

Advertisment

୨୦୦୮ ମସିହା ଉପନିର୍ବାଚନରେ କଂଗ୍ରେସ ଟିକଟରୁ ବିଜୟୀ ହୋଇଥିଲେ ପୂର୍ଣ୍ଣଚନ୍ଦ୍ର। ସେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା
ଅନନ୍ତରାମ ମାଝିଙ୍କ ପୁଅ ଓ ରାୟଗଡ଼ା ବିଧାନସଭାର ବିଜେଡ଼ି ପ୍ରାର୍ଥୀ ଅନୁସୟା ମାଝୀଙ୍କ ଭାଇ ଅଟନ୍ତି। ପୂର୍ଣ୍ଣଚନ୍ଦ୍ରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।