Former congress mla
କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ସ୍ଥିତ AIIMS ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ପ୍ରାୟ ୩ ମାସ ହେବ AIIMSରେ ଚିକିତ୍ସାଧୀନ ଥିଲେ। ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି।
୨୦୦୮ ମସିହା ଉପନିର୍ବାଚନରେ କଂଗ୍ରେସ ଟିକଟରୁ ବିଜୟୀ ହୋଇଥିଲେ ପୂର୍ଣ୍ଣଚନ୍ଦ୍ର। ସେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା
ଅନନ୍ତରାମ ମାଝିଙ୍କ ପୁଅ ଓ ରାୟଗଡ଼ା ବିଧାନସଭାର ବିଜେଡ଼ି ପ୍ରାର୍ଥୀ ଅନୁସୟା ମାଝୀଙ୍କ ଭାଇ ଅଟନ୍ତି। ପୂର୍ଣ୍ଣଚନ୍ଦ୍ରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1730783617.jpg)