/odisha-reporter/media/post_attachments/uploadimage/library/16_9/16_9_0/Accident_1718594999.jpg)
Accident
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଲଛିପୁର ଗାଁ ନିକଟରେ ୧୬ ନମ୍ବର ରାଜ୍ୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୪ ଜଣଙ୍କର ମୃତ୍ୟୁ ଘଟିଛି।
ମୃତକମାନେ ହେଉଛନ୍ତି ଖଡ଼ିଆଳ ସହରର ଋଷି ସାହୁ, ଶୁଭମ ମହାଉତି, ବଣ୍ଟି ଲାଲ ସିଂହ ଓ ଗୋଇମୁଣ୍ଡା ଗ୍ରାମର ଦେବରାଜ ପଟେଲେ। ଏହି ୪ ସାଙ୍ଗ ଗତକାଲି ରାତିରେ କାର ଯୋଗେ ତୁକୁଳା ଗାଁକୁ ଏକ ଜନ୍ମବାର୍ଷିକୀ ଭୋଜି ଖାଇବାକୁ ଯାଇଥିଲେ।
ରାତି ପ୍ରାୟ ୧୨ଟା ବେଳେ ସେମାନେ ଖଡ଼ିଆଳ ଅଭିମୁଖେ ଫେରୁଥିବା ବେଳେ ଲଛିପୁର ଗାଁ ନିକଟରେ ଏକ ଟ୍ରାକ୍ଟର ସହିତ ସେମାନଙ୍କର ଧକ୍କା ହୋଇଥିବା କୁହାଯାଉଛି। ଏହା ପରେ ପରେ ଉକ୍ତ ରାସ୍ତା ଦେଇ ଦ୍ରୁତଗତିରେ ଯାଉଥିବା ଏକ ଟ୍ରକ୍ ସେମାନଙ୍କ କାରକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୪ ବନ୍ଧୁଙ୍କର ମୃତ୍ୟୁ ଘଟିଥିଲା।
ଦୁର୍ଘଟଣାଗ୍ରସ୍ତ କାରଅନ୍ୟପକ୍ଷରେ ଟ୍ରାକ୍ଟରରେ ଯେଉଁ ଦୁଇ ଜଣ ବ୍ୟକ୍ତି ଯାଉଥିଲେ, ସେମାନେ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ଭଲ ନଥିବା ଜଣାପଡ଼ିଛି। ଟ୍ରାକ୍ଟରର ଡାଲାର ଦୁଇ ପଛ ଚକ ବାହାରି ଯାଇଥିବା ବେଳେ କାରଟି ଚୁରମାର ହୋଇଯାଇଛି।
ଖବର ପାଇ ଖଡ଼ିଆଳ ପୁଲିସ ସହିତ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୁଲିସ ଚାରି ଯୁବକଙ୍କ ମୃତଦେହକୁ ଜବତ କରିଥିଲା। ପୁଲିସ ଘଟଣାର ତଦନ୍ତ କରୁଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
