ଗ୍ୟାସ ଟାଙ୍କି ଫାଟି ନଷ୍ଟ ହୋଇଗଲା ଦୁଇ ବଖରା ଆଜବେଷ୍ଟ ଘର। ବଡ଼ଧରଣର ଅଘଟଣରୁ ଅଳ୍ପକେ ବର୍ତ୍ତିଗଲେ ଦୁଇ ପରିବାର। କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ନାଟରା ଗାଁରେ ଘଟିଛି ଏହି ଅଘଟଣ।
ମିଳିଥିବା ସୂଚନା ଅନୁଯାୟ, ଗାଁର ସମର ଦାସଙ୍କ ପରିବାର ଲୋକେ ସଂଧ୍ୟାରେ ଚା କରୁଥିବାବେଳେ ହଠାତ ଗ୍ୟାସ ଟାଙ୍କିରେ ନିଆଁ ଲାଗିଯାଇଥିଲା। କିଛି ସମୟ ମଧ୍ୟରେ ନିଆଁ ଚାରିଆଗକୁ ବ୍ୟାପି ଯାଇଥିଲା। ଗ୍ୟାସ ଟାଙ୍କି ଜଳୁଥିବା ଦେଖି ପରିବାର ଲୋକେ ଘର ବାହାରକୁ ଚାଲିଆସିବାର କିଛି ସମୟ ମଧ୍ୟରେ ଘରେ ଥିବା ୨ଟି ଗ୍ୟାସ ଟାଙ୍କି ଫାଟିଯାଇଥିଲା। ଫଳରେ ଘରେ ଥିବା ସମସ୍ତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି। ଏହାପରେ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ମାମୁ ଘରକୁ ଆସିଥିବା ବେଳେ ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ
ଘରର ଅନ୍ୟ ସଦସ୍ୟଙ୍କ ଅଗୋଚରରେ ଚାନ୍ଦିନୀ ଓ ନନ୍ଦିନୀ ପାଖ ପୋଖରୀ ପାଖକୁ ଚାଲି ଯାଇଥିଲ ଏବଂ ବୁଡ଼ି ଯାଇଥିଲେ ବୋଲି କୁହାଯାଉଛି।

Accident
କାରକୁ ପିଟିଲା କାର: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଓ ଝିଅ ଆହତ
ଭୁବନେଶ୍ୱର ଆସୁଥିବା ବେଳେ ଘଟିଲା ଦୁର୍ଘଟଣା।

National
ବିମାନ ଦୁର୍ଘଟଣା: ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ
ବର୍ତ୍ତମାନ ସୁଦ୍ଧା ୩୨ ଜଣଙ୍କ ଡିଏନ୍ଏ ମ୍ୟାଚ୍ ହୋଇଥିବା ବେଳେ ୧୪ ଜଣଙ୍କ ମୃତଦେହ ହସ୍ତାନ୍ତର କରାଯାଇଛି।

National
ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୭ ମୃତ
ଗତ ମେ’ ୨ ତାରିଖରେ କେଦାରନାଥ ଧାମ ଖୋଲିବା ପରଠାରୁ ଅର୍ଥାତ୍ ଗତ ୬ ସପ୍ତାହ ମଧ୍ୟରେ ଏହା ହେଉଛି ୫ମ ହେଲିକପ୍ଟର ଦୁର୍ଘଟଣା।