କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ବାସୁଦେବପୁର ନିକଟରେ ୫୨୦ ନମ୍ବର ଜାତୀୟ ରାଜପଥରେ ଏକ ବସ୍କୁ ହାଇୱାଟିଏ ପଛରୁ ଧକ୍କା ଦେବାରୁ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।
‘ସମ୍ପର୍କ‘ ନାମକ ଏହି ଘରୋଇ ବସ୍ଟି ଢେଙ୍କାନାଳରୁ ଟେନସା ଅଭିମୁଖେ ଯାଉଥିବା ବେଳେ ଦିନ ପ୍ରାୟ ସାଢ଼େ ୧୨ଟା ବେଳେ ବାସୁଦେବପୁର ମେଡିକାଲ ଛକରେ ଦୁର୍ଘଟଣା ଘଟିଥିଲା। ବସ୍ଟି ରାସ୍ତା କଡ଼ରେ ଛିଡ଼ା ହୋଇ ଯାତ୍ରୀଙ୍କୁ ଉଠାଉଥିବା ସମୟରେ ହାଇୱାଟି ଦ୍ରୁତ ଗତିରେ ଆସି ପଛ ପଟୁ ଧକ୍କା ଦେଇଥିଲା। ଫଳରେ ବସ୍ରେ ବସିଥିବା ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।
Also Read
ସ୍ଥାନୀୟ ଲୋକେ ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରି ନିକଟସ୍ଥ ବାସୁଦେବପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ଦୁର୍ଘଟଣା ଘଟାଇଥିବା ହାଇୱା ଡ୍ରାଇଭରକୁ ଲୋକେ ଅଟକ ରଖିଥିଲେ। ଡ୍ରାଇଭରଙ୍କ କହିବା କଥା ଧାମରାରୁ କୋଇଡ଼ା ଅଭିମୁଖେ ଯାଉଥିବା ବେଳେ ତାଙ୍କ ଆଖି ଲାଗି ଯିବାରୁ ଦୁର୍ଘଟଣା ଘଟିଥିଲା। ଚମ୍ପୁଆ ପୁଲିସ ଘଟଣାର ତଦନ୍ତ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।