୬ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ନେପାଳର ମାଉଣ୍ଟ ଏଭରେଷ୍ଟ ନିକଟ ଲାମଜୁରାରେ କ୍ରାଶ୍ କରି ଯାଇଥିବା ଜଣାଯାଇଛି। ସକାଳ ପ୍ରାୟ ୧୦ଟା ୧୫ମିନିଟରେ ହେଲିକପ୍ଟର ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଥିଲା ଓ ତାହା ନିଖୋଜ ହୋଇ ଯାଇଥିଲା।
ହେଲିକପ୍ଟରଟି ୬ ଯାତ୍ରୀଙ୍କୁ ଧରି ଆଜି ସକାଳେ ସୋଲୁଖୁମ୍ବୁରୁ କାଠମାଣ୍ଡୁ ଅଭିମୁଖେ ଯାତ୍ରା କରୁଥିଲା। ଉକ୍ତ ୬ ଜଣଙ୍କ ମଧ୍ୟରେ ୫ ଜଣ ବିଦେଶୀ ନାଗରିକ ବୋଲି ଜଣାପଡ଼ିଛି। ପ୍ରାୟ ୧୦ଟା ସମୟରେ କଣ୍ଟ୍ରୋଲ ଟାୱାର ସହ ହେଲିକପ୍ଟରର ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ହେଲିକପ୍ଟରର ଭଗ୍ନାବଶେଷ ଲାମଜୁରା ନିକଟସ୍ଥ ଗାଁରେ ପଡ଼ିଥିବା ଦେଖିବାକୁ ମିଳିଛି।
ହେଲିକପ୍ଟରଟି କାଠମାଣ୍ଡୁର ମ୍ୟାନେଜ ଏୟାରଲାଇନ୍ସର ହେଲିକପ୍ଟର ବୋଲି ଜଣାଯାଇଛି। ଏହି ଏୟାରଲାଇନ୍ସ ସଂସ୍ଥା ଦେଶରେ ଭଡ଼ା ବାବଦରେ ହେଲିକପ୍ଟର ଯୋଗାଇଥାଏ।
Also Read
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।