Advertisment

ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ୮ ବଖରା ଘର

ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।

Fire

Fire

Advertisment

କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ କାଟଣା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ୪ଟି ପରିବାରର ୮ ବଖରା ଚାଳ ଛପର ଘର ଜଳି ପାଉଁଶ ହୋଇଯାଇଛି। ଏଥିସହ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ଛାରଖାର ହୋଇଯାଇଛି।

Advertisment

ବିଳମ୍ବିତ ରାତିରେ ଗାଁର ଜଣଙ୍କ ଘରେ ନିଆଁ ଲାଗିଯାଇଥିଲା। ପରେ ନିଆଁ ପାଖପାଖ ଘରକୁ ବ୍ୟାପି ଯାଇଥିଲା। ଗ୍ରାମବାସୀ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ହେଲେ ନିଆଁର ପ୍ରକୋପ ଏତେ ଥିଲା ଯେ ଅଗ୍ନିଶମ ବାହିନୀକୁ ନିଆଁ ଲିଭାଇବା ପାଇଁ ୪ ଘଣ୍ଟାରୁ ଅଧିକ ସମୟ ଲାଗିଥିଲା। ଏଥିସହ ନିଆଁର ପ୍ରକୋପ ସହ ଧୁଆଁ ଅଧିକ ହେଉଥିବାରୁ ନିଆଁ ଲିଭାଇବା ପାଇଁ ବହୁତ କଷ୍ଟକର ହୋଇଥିଲା।

 ନିଆଁରେ ଘରେ ଥିବା ସବୁଜିନିଷ ଜଳିପୋଡ଼ି ପାଉଁଶ ହୋଇଯାଇଥିଲା। ପିନ୍ଧା ଲୁଗାକୁ ଛାଡି ଦେଲେ ବିପନ୍ନଙ୍କ ପାଖରେ ଆଉ କିଛି ନଥିବା ଜଣାଯାଇଛି। ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। 

Advertisment

Kendrapada Fire Breakout
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe