Advertisment

ଚୌଧୁରୀ ବଜାରରେ ଥିବା ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ

ଆଜି ସକାଳେ ଗ୍ରାଉଣ୍ଡ ଫ୍ଲୋର ରଆ ଥିବା ଲୁଗା ଦୋକାନରେ ନିଆଁ ଲାଗିଯାଇଥିଲା।

author-image
Tapaswini Nayak
ଅଦ୍ୟତନ ହୋଇଛି
Fire

Fire

କଟକ ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଦୋକାନରେ ଥିବା ଲୁଗାପଟା ସବୁ ଜଳିଯାଇଛି। ହେଲେ କାହାର କିଛି କ୍ଷତି ହୋଇ ନାହିଁ। ୧୦ଟି ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି।  ହେଲେ ଏପର୍ଯ୍ୟନ୍ତ ନିଆଁକୁ ଆୟତ୍ତ କରାଯାଇପାରି ନାହିଁ। ଯେତେ ନିଆଁକୁ ଆୟତ୍ତ କରାଯାଉଛି ସେତେ ନିଆଁ ଅଧିକରୁ ଅଧିକ ବ୍ୟାପିଥିବା ଜଣାପଡ଼ିଛିା ଯାହା ଅଗ୍ନିଶମ ବାହିନୀଙ୍କ ପାଇଁ ଚାଲେଞ୍ଜ ସୃଷ୍ଟି ହୋଇଛି। ବହୁ ପରିମାଣର ଶାଢ଼ୀ, କପଡ଼ା ଏବଂ ପ୍ଲାଷ୍ଟିକ ଇଣ୍ଟେରିୟର୍ ସାମଗ୍ରୀ ଥିବାରୁ ନିଆଁ  ବ୍ୟାପିଥିବା ଜଣାପଡ଼ିଛି। 

Advertisment

ଆଜି ସକାଳେ ଗ୍ରାଉଣ୍ଡ ଫ୍ଲୋରରେ ଥିବା ଲୁଗା ଦୋକାନରେ ନିଆଁ ଲାଗିଯାଇଥିଲା। ପରେ ନିଆଁଟି ପ୍ରଥମ, ଦ୍ୱିତୀୟ , ତୃତୀୟ ଓ ଚତୁର୍ଥ ମହଲାକୁ ବ୍ୟାପି ଯାଇଥିଲା। ନିଆଁ ବ୍ୟାପିବା ପୂର୍ବରୁ ଉପରେ ରହୁଥିବା ଲୋକଙ୍କୁ ଉଦ୍ଧାର କରାଯାଇଥିଲା। ଅନ୍ୟ ବିଲ୍ଡିକୁ ଯେପରି ନିଆଁ ନ ବ୍ୟାପିବ ସେନେଇ ଅଗ୍ନିଶମ ବାହିନୀ ଉଦ୍ୟମ ଚଳାଇଛନ୍ତି।

ଅନ୍ୟ ପକ୍ଷରେ ପ୍ରବଳ ଧୂଆଁ ବାହାରୁ ଥିବାରୁ ଭିତରକୁ ଯାଇ ନିଆଁ ଲିଭାଇବା ଅଗ୍ନିଶମ କର୍ମଚାରୀଙ୍କ ପାଇଁ କଷ୍ଟକର ହୋଇପଡ଼ିଛି। ବିଲ୍ଡିଂରେ ଲାଗିଥିବା କାଚକୁ ଭାଙ୍ଗି ସିଡ଼ି ଦ୍ୱାରା ଚଢ଼ି ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି। ଏହାସହ ସହ ସ୍କାଏ ଲିଫଟ୍ ସହାୟତାରେ ଭିତର ଯାଏଁ ପାଣି ସ୍ପ୍ରେ କରାଯାଉଛିା କୋଠାର ବିଭିନ୍ନ ଆଡ଼ୁ ଚଢ଼ି ଭିତରକୁ ପଶିବାକୁ ଚେଷ୍ଟା କରୁଛନ୍ତି ଫାଏର ଫାଇଟର୍।

Advertisment

ନିଆଁରେ ଲାଗି ଦୋକାନରେ ଥିବା ଜିନିଷ ପତ୍ର ସବୁ ଜଳିପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି। ତେବେ କିପରି ନିଆଁ ଲାଗିଲା ତାର କାରଣ ଜଣାପଡ଼ି ନାହିଁ। ସର୍ଟ ସର୍କିଟରୁ ନିଆଁ ଲାଗିଲା ଆଉ କିଛି କାରଣ ଅଛି ତାହା ଜଣାପଡ଼ିନାହିଁ।

Cuttack Fire Breakout