/odisha-reporter/media/post_attachments/uploadimage/library/16_9/16_9_0/fire_1703041898.jpg)
fire
ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ ନିକଟ ଭେଣ୍ଡିଂ ଜୋନରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଷ୍ଟାଡିୟମ ମୁଖ୍ୟ ଫାଟକ ସାମ୍ନା ଭେଣ୍ଡିଂ ଜୋନରେ ନିଆଁ ଲାଗି ଜଳିଯାଇଛି ପ୍ରାୟ ୧୧ ଟି ଦୋକାନ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।
ଗତକାଲି ବିଳମ୍ବିତ ରାତିରେ ଭେଣ୍ଡିଂ ଜୋନରେ ଥିବା ଏକ ଦୋକାନରେ ନିଆଁ ଲାଗିଯାଇଥିଲା। ପରେ ଗୋଟିଏ ପରେ ଗୋଟିଏ ଦୋକାନକୁ ନିଆଁ ବ୍ୟାପିଯାଇ ଥିଲା। ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ଦୋକାନରୁ ସାମଗ୍ରୀ ବାହାର କରିବା କଷ୍ଟକର ହୋଇପଡିଥିଲା। ଅଧିକ ଧୂଆଁ ବାହାରିକା କାରଣରୁ ଅଗ୍ନିଶମ ବାହିନୀକୁ ନିଆଁ ଲିଭାଇବାକୁ କଷ୍ଟକର ହୋଇଥିଲା।
ନିଆଁଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ଦୀର୍ଘ ସମୟ ଆକ୍ରାନ୍ତ ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲେ। ସେତେବଳେକୁ ଦୋକାନରେ ଥିବା ଜିନିଷ ପତ୍ର ନଷ୍ଟ ହୋଇଯାଇଥିଲା। ଦୋକାନରେ କିପରି ନିଆଁ ଲାଗିଲା ତାର କାରଣ ଜଣାପଡ଼ି ନାହିଁ। ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
