ସମ୍ବଲପୁର ଷ୍ଟେସନର ୱାସିଂ ଲାଇନରେ ଜମ୍ମୁ-ତୱି ଏକ୍ସପ୍ରେସର ପ୍ୟାଣ୍ଟ୍ରିକାର ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ଟ୍ରେନଟି ଗତକାଲି ବିଳମ୍ବିତ ରାତିରେ ସମ୍ବଲପୁର ଷ୍ଟେସନ ପହଞ୍ଚି ଯାତ୍ରୀଙ୍କୁ ଓହ୍ଲାଇବା ପରେ ଧୁଆ ହେବାକୁ କ୍ଷେତରାଜପୁର ୱାସିଂ ଲାଇନକୁ ଯାଉଥିଲା। ଏହି ସମୟରେ ଟ୍ରେନର ପ୍ୟାଣ୍ଟ୍ରିକାର ବଗିଟି ଲାଇନଚ୍ୟୁତ ହୋଇଥିଲା।
ରେଳବାଇ ପକ୍ଷରୁ ତୁରନ୍ତ ଉଦ୍ଧାରକାର୍ଯ୍ୟ କରାଯାଇ ଟ୍ରେନକୁ ଟ୍ରାକକୁ ଅଣାଯାଇଥିଲା। ତେବେ ଟ୍ରେନରେ ଯାତ୍ରୀ ନଥିବାରୁ କୌଣସି ମୃତାହତର ସୂଚନା ନାହିଁ। ଆଜି ଟ୍ରେନଟି ପୁନର୍ବାର ଯାତ୍ରା ଆରମ୍ଭ କରିବ ବୋଲି ରେଳବାଇ ପକ୍ଷରୁ କୁହାଯାଇଛି। କେଉଁ କାରଣ ପାଇଁ ଟ୍ରେନଟି ଲାଇନଚ୍ୟୁତ ହେଲା ରେଳବାଇ ପକ୍ଷରୁ ତଦନ୍ତ କରାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।