ରେଲୱେ ଟ୍ରାକରୁ ମୁଣ୍ଡଗଣ୍ଡି ଅଲଗା ଅବସ୍ଥାରେ ଯବାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। କୋରାପୁଟ ଜିଲ୍ଲା ଲାଣ୍ଡିଗୁଡା ନୂଆ କଲୋନୀ ନିକଟ ରେଲୱେ ଟ୍ରାକରୁ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣଙ୍କ ବିଏସଏଫ୍ ଯବାନ ଧୃବରାଜ ପ୍ରଧାନ। ଧୃବରାଜଙ୍କ ଘର ଝାରସୁଗୁଡ଼ା ଜିଲ୍ଲା ବନହରପାଲ୍ଲୀ ଥାନା ଅଞ୍ଚଳରେ ବୋଲି ସୂଚନା ମିଳିଛି।
ଗତକାଲି ସକାଳେ ଯବାନ ଜଣଙ୍କ ବିଏସଏଫ୍ କ୍ୟାମ୍ପକୁ ଡ୍ୟୁଟିକୁ ଯାଇଥିଲେ। ହେଲେ ଆଉ ଘରକୁ ଫେରି ନଥିଲେ। ଘରକୁ ଫେରିବା ବିଳମ୍ବ ହେବାରୁ ଯବାନଙ୍କ ପତ୍ନୀ ଥାନାରେ ଅଭିଯୋଗ କରିଥିଲେ। ପୁଲିସ ଖୋଜାଖୋଜା କରିଥିଲା. ହେଲେ ପାଇ ନଥିଲେ। ଆଜି ସକାଳେ ଯବାନଙ୍କ ମୃତଦେହ ରେଲୱେ ଟ୍ରାକରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି।
Also Read
ଯବାନଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।