Advertisment

ମୁଣ୍ଡଗଣ୍ଡି ଅଲଗା ଅବସ୍ଥାରେ ଯବାନଙ୍କ ମୃତଦେହ ଉଦ୍ଧାର

ଯବାନଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ।

ଅଦ୍ୟତନ ହୋଇଛି
Railway track

railway track

Advertisment

ରେଲୱେ ଟ୍ରାକରୁ ମୁଣ୍ଡଗଣ୍ଡି ଅଲଗା ଅବସ୍ଥାରେ ଯବାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। କୋରାପୁଟ ଜିଲ୍ଲା ଲାଣ୍ଡିଗୁଡା ନୂଆ କଲୋନୀ ନିକଟ ରେଲୱେ ଟ୍ରାକରୁ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣଙ୍କ  ବିଏସଏଫ୍ ଯବାନ ଧୃବରାଜ ପ୍ରଧାନ। ଧୃବରାଜଙ୍କ ଘର ଝାରସୁଗୁଡ଼ା ଜିଲ୍ଲା ବନହରପାଲ୍ଲୀ ଥାନା ଅଞ୍ଚଳରେ ବୋଲି ସୂଚନା ମିଳିଛି।

Advertisment

ଗତକାଲି ସକାଳେ ଯବାନ ଜଣଙ୍କ ବିଏସଏଫ୍ କ୍ୟାମ୍ପକୁ ଡ୍ୟୁଟିକୁ ଯାଇଥିଲେ। ହେଲେ ଆଉ ଘରକୁ ଫେରି ନଥିଲେ। ଘରକୁ ଫେରିବା ବିଳମ୍ବ ହେବାରୁ ଯବାନଙ୍କ ପତ୍ନୀ ଥାନାରେ ଅଭିଯୋଗ କରିଥିଲେ। ପୁଲିସ ଖୋଜାଖୋଜା କରିଥିଲା. ହେଲେ ପାଇ ନଥିଲେ। ଆଜି ସକାଳେ ଯବାନଙ୍କ ମୃତଦେହ ରେଲୱେ ଟ୍ରାକରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି।

ଯବାନଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି। 

Advertisment
Koraput
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe