ଛାତ ସେଣ୍ଟ୍ରିଂ ପଡ଼ି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅନ୍ତର୍ଗତ ସୋରଳ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ୪ ଜଣ ଆହତଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତାହତଙ୍କ ଘର ସୋରଳ ଗାଁର ହୋଇଥିବା ସୂଚନା ରହିଛି।
ଆଜି ସକାଳେ ୫ଜଣ ଶ୍ରମିକ ସୋରଳ ଗାଁରେ ଜଣେ ବ୍ୟକ୍ତିଙ୍କ ଘରେ ଛାତ ସେଣ୍ଟ୍ରିଂ ଖୋଲୁଥିଲେ। ଏହି ସମୟରେ ସେଣ୍ଟ୍ରିଂ ଶ୍ରମିକଙ୍କ ଉପରେ ପଡ଼ି ଯାଇଥିଲା। ୫ଜଣ ଶ୍ରମିକ ସେଣ୍ଟ୍ରିଂ ତଳେ ଚାପି ହୋଇ ରହିଯାଇଥିଲେ।
Also Read
ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିବା ବେଳେ ୪ ଜଣ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହାତୀ ଘଉଡାଇବାକୁ ଯାଇଥିଲେ; କଚାଡି ମାରିଦେଲା
ଗତ ୧୮ ତାରିଖରେ ହାତୀବାରି ଅଞ୍ଚଳରେ ଧାନ କ୍ଷେତ ଜଗିଥିବା ବେଳେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଥିଲା।
Accident
ମଝି ସମୁଦ୍ରରେ ଟଳି ପଡ଼ିଲେ ବନ କର୍ମଚାରୀ, ପାଟ୍ରୋଲିଂ ପାଇଁ ଯାଇଥିଲେ
ମଝି ସମୁଦ୍ରକୁ ପାଟ୍ରୋଲିଂ ପାଇଁ ଯାଇଥିଲେ। ସେଠାରେ ଅନ୍ୟମାନଙ୍କ ସହ ମିଶି ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ଧରିଥିଲେ। ମାତ୍ର ଏହାପରେ ଛାତିରେ ଯନ୍ତ୍ରଣା ହେଲା ଓ ଟଳିପଡିଲେ ବନକର୍ମଚାରୀ ।
Accident
ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍
ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ନେଇ ଫେରାର ହୋଇଯାଇଥିଲା।
Accident
ଟ୍ରାକ୍ରୁ ମିଳିଲା ପତିପତ୍ନୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ଥାନୀୟ ଲୋକେ ଟ୍ରାକ୍ରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଥିବା ପ୍ରଥମେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ପୁଲିସ୍କୁ ସୂଚନା ଦେଇଥିଲେ।