Advertisment

ଖସି ପଡ଼ିଲା ଛାତ ସେଣ୍ଟ୍ରିଂ; ଚାପି ହୋଇ ଜଣେ ଶ୍ରମିକ ମୃତ, ୪ ଆହତ

ଆଜି ସକାଳେ ୫ଜଣ ଶ୍ରମିକ ସୋରଳ ଗାଁରେ ଜଣେ ବ୍ୟକ୍ତିଙ୍କ ଘରେ ଛାତ ସେଣ୍ଟ୍ରିଂ ଖୋଲୁଥିଲେ।

ଅଦ୍ୟତନ ହୋଇଛି
DeadBody

DeadBody

Advertisment

ଛାତ ସେଣ୍ଟ୍ରିଂ ପଡ଼ି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅନ୍ତର୍ଗତ ସୋରଳ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ୪ ଜଣ ଆହତଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତାହତଙ୍କ ଘର ସୋରଳ ଗାଁର ହୋଇଥିବା ସୂଚନା ରହିଛି।

Advertisment

ଆଜି ସକାଳେ ୫ଜଣ ଶ୍ରମିକ ସୋରଳ ଗାଁରେ ଜଣେ ବ୍ୟକ୍ତିଙ୍କ ଘରେ ଛାତ ସେଣ୍ଟ୍ରିଂ ଖୋଲୁଥିଲେ। ଏହି ସମୟରେ ସେଣ୍ଟ୍ରିଂ ଶ୍ରମିକଙ୍କ ଉପରେ ପଡ଼ି ଯାଇଥିଲା। ୫ଜଣ ଶ୍ରମିକ ସେଣ୍ଟ୍ରିଂ ତଳେ ଚାପି ହୋଇ ରହିଯାଇଥିଲେ।

ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିବା ବେଳେ ୪ ଜଣ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଛି।

Advertisment
Ganjam
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe