ବାର୍ହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ ଚାର୍ଜିତ ଫାଶରେ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ହେମାମୁରା ଗାଁ ନିକଟ ଜଙ୍ଗଲରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ସୁଦର୍ଶନ ସେଠୀ।
ହେମାମୁରା ଗାଁ ଜଙ୍ଗଲ ନିକଟରେ ସୁଦର୍ଶନଙ୍କ ଚାଷ ଜମି ରହିଛି। ଗତକାଲି ରାତିରେ ସୁଦର୍ଶନ ଚାଷ ଜମିକୁ ଯାଇଥିଲେ। ସେହି ରାସ୍ତା଼ରେ ବାରହା ଶିକାର ପାଇଁ ବିଦ୍ୟୁତ ଚାର୍ଜିତ ଫାଶ ବସା ଯାଇଥିଲା। ଅନ୍ଧାର ହୋଇଥିବାରୁ ସୁଦର୍ଶନଙ୍କୁ ଦେଖାଯାଇନଥିଲା। ସେ ବିଦ୍ୟୁତ ଚାର୍ଜିତ ଫାଶରେ ସଂସ୍ପର୍ଶରେ ଆସି ଯାଇଥିଲେ।
ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।