Advertisment

ହୋଲିରେ ଅଘଟଣ; ପୋଖରୀରେ ବୁଡ଼ି ୩ ମୃତ

ଆଶିଷଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।

ଅଦ୍ୟତନ ହୋଇଛି
Drown

Drown

Advertisment

ବିଭିନ୍ନ ସ୍ଥାନରେ ହୋଲିରେ ଅଘଟଣ ଘଟିଛି। ପୋଖରୀରେ ଗାଧୋଇଲା ବେଳେ ବୁଡ଼ିଯାଇ ୨ଜଣଙ୍କର ମୃତ୍ୟୁ ଘଟିଛି। କଟକ ଜିଲ୍ଲା ସାଲେପୁର ଥାନା ଅନ୍ତର୍ଗତ କରମୁଆଁ ଗାଁରେ ପୋଖରୀରେ ବୁଡ଼ି ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଛାଣିପୁରର ଆଶିଷ କୁମାର ଦାସ।

Advertisment

ଆଶିଷ ସାଙ୍ଗମାନଙ୍କ ସହ ହୋଲି ଖେଳିସାରି ପୋଖରୀରେ ଗାଧୋଉଥିଲେ। ଏହି ସମୟରେ ତାଙ୍କ ଗୋଡ଼ ଖସିଯାଇଥିଲା। ପରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଆଶିଷଙ୍କୁ ମୃତ ଘୋଷଣା କରିଥିଲେ। ଆଶିଷଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। 

ସେହିପରି ପାରାଦୀପ ଲକ୍‌ ଥାନା କତକୁଲା ଗାଁରେ ପୋଖରୀରେ ବୁଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି।

Advertisment

ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଦହିସଡ଼ା ଗାଁରେ ପୋଖରୀରେ ବୁଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳକ ଜଣଙ୍କ ହେଉଛନ୍ତି ଆୟୁଷ୍ମାନ ପାତ୍ର। ସେ ପଞ୍ଚମ ଶ୍ରେଣୀରେ ପାଠ ପଢୁଥିଲେ। ଆୟୁଷ୍ମାନ ହୋଲି ଖେଳି ସାରି ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ସେ ବୁଡ଼ି ଯାଇଥିଲେ। ପରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଆୟୁଷ୍ମାନଙ୍କୁ ମୃତ ଘୋଷଣା କରିଥିଲେ।

Cuttack Paradip
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe