Advertisment

କାର୍‌କୁ ଧକ୍କା ଦେଲା ମୋ ବସ୍

ବସ୍‌ ଚାଳକଙ୍କ ବେପରୁଆ ଗାଡି ଚାଳନା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

ଅଦ୍ୟତନ ହୋଇଛି
Accident

Accident

Advertisment

କାର୍‌କୁ ଧକ୍କା ମୋ ବସ୍। ଦୁର୍ଘଟଣାରେ କାହାର କିଛି କ୍ଷତି ଘଟିନାହିଁ। କଟକ ଜିଲ୍ଲା ବାରଙ୍ଗ ଛକରେ ଏହି ଦୁର୍ଘଟଣା ଘଟିଛି।

Advertisment

ଆଜି ସକାଳେ ଏକ କାର୍‌ଟି କଟକରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ଏହି ସମୟରେ ଯାତ୍ରୀମାନଙ୍କୁ ନେଇ ଯାଉଥିବା ମୋ ବସ୍ କାର୍‌କୁ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ଲୋକେ ମୋ ବସ୍‌କୁ ଅଟକ ରଖିଥିଲେ। ବସ୍‌ ଚାଳକଙ୍କ ବେପରୁଆ ଗାଡି ଚାଳନା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା। ପରେ ମୋ ବସ୍‌ ଓ କାର୍‌ ଜବତ କରି ଥାନା ନେଇଥିଲା। ହେଲେ ମୋ ବସ୍‌ରେ କଟକ ଯାଉଥିବା ଯାତ୍ରୀମାନେ ଅଧାବାଟରେ ହଟହଟ ହୋଇଥିଲେ। ଦୁର୍ଘଟଣାରେ କାର୍‌ର ପଛ ଅଂଶଟି ଭାଙ୍ଗିରୁଜି ଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।

Advertisment
Bhubaneswar Roadaccident Cuttack
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe