ଜମ୍ମୁ- କଶ୍ମୀରରେ ଆଜି ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପ୍ରାୟ ୨୫୦ ମିଟର ତଳକୁ ଏକ ଯାତ୍ରୀବାହୀ ବସ୍ ଖସିଯିବାରୁ ପ୍ରାୟ ୩୬ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୨୫ରୁ ଅଧିକ ଆହତ ହୋଇଥିବା ବେଳେ ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।
ଜମ୍ମୁ- କଶ୍ମୀରର କିଶତୱାଡରୁ ଜମ୍ମୁ ଅଭିମୁଖେ ଯାଉଥିବା ବସ୍ ଆଜି ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ବସ୍ଟି ଡୋଡା ଜିଲ୍ଲାର ଡୁଙ୍ଗଲ ଅଞ୍ଚଳ ଅତିକ୍ରମ କରୁଥିବା ବେଳେ ଭାରସାମ୍ୟ ହରାଇ ପ୍ରାୟ ୨୫୦ ମିଟର ଖାଇକୁ ଖସି ପଡ଼ିଥିଲା।
Also Read
ଖବର ପାଇ ତୁରନ୍ତ ପୁଲିସ୍ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଦୁର୍ଘଟଣାସ୍ଥଳରୁ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ଆହତଙ୍କୁ ବାହାର କରି ବିଭିନ୍ନ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି। ଏଥିସହ ପ୍ରାୟ ୩୦ରୁ ଅଧିକ ଯାତ୍ରୀଙ୍କର ଏହି ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ମୃତଦେହଗୁଡ଼ିକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।