Advertisment

ଆପାର୍ଟମେଣ୍ଟରେ ଲାଗିଲା ନିଆଁ; ଜୀଅନ୍ତା ଜଳିଗଲେ ୭ ଜଣ, ୪୦ରୁ ଊର୍ଦ୍ଧ୍ୱ ଗୁରୁତର

ଏକ ୭ ମହଲା ବିଶିଷ୍ଟ ଆପାର୍ଟମେଣ୍ଟରେ ନିଆଁ ଲାଗିବାରୁ ୭ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଜଣ ଗୁରୁତର ହୋଇଛନ୍ତି।

Fire

Fire

Advertisment

ମୁମ୍ବାଇର ଗୁରଗାଁଓରେ ଆଜି ଭୋରରୁ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏକ ୭ ମହଲା ବିଶିଷ୍ଟ ଆପାର୍ଟମେଣ୍ଟରେ ନିଆଁ ଲାଗିବାରୁ ୭ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଜଣ ଗୁରୁତର ହୋଇଛନ୍ତି। ଆଜି ଭୋର ପ୍ରାୟ ୩ଟା ବେଳେ ଏହି ଅଘଟଣ ଘଟିଛି।

Advertisment

ପ୍ରଥମେ ଆପାର୍ଟମେଣ୍ଟର ପାର୍କିଂ ଏରିଅରେ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁ ଆପାର୍ଟମେଣ୍ଟ ତଳେ ପାର୍କ ହୋଇଥିବା ବହୁ କାର୍‌ ଓ ବାଇକ୍‌ ହୁତୁହୁତୁ ହୋଇ ଜଳିଥିଲା। ଏହାପରେ ନିଆଁ କ୍ରମଶଃ ଉପରକୁ ବ୍ୟାପିଥିଲା।

ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ବହୁ ପରିଶ୍ରମ ପରେ ସେମାନେ ନିଆଁକୁ କାବୁ କରିଥିବା ବେଳେ ଏହାପରେ ଭିତରେ ପଶି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆପାର୍ଟମେଣ୍ଟର ବିଭିନ୍ନ ମହଲାରୁ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ସେମାନେ ଜୀବନ୍ତ ଦଗ୍ଧ ହୋଇ ପଡ଼ିଥିବା ଜଣାଯାଇଛି। ଏଥିସହ ଗୁରୁତର ଅବସ୍ଥାରେ ୪୦ରୁ ଊର୍ଦ୍ଧ୍ୱ ଜଣଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Advertisment

ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ କ’ଣ ତାହା ତଦନ୍ତ ପରେ ଜଣାପଡ଼ିବ ବୋଲି ଅଗ୍ନିଶମ ଅଧିକାରୀ ସୂଚନା ଦେଇଛନ୍ତି। ଭୋରୁ ଭୋରୁ ଏହି ଅଗ୍ନିକାଣ୍ଡ ଘଟିଥିବାରୁ ଉକ୍ତ ସମୟରେ ଲୋକେ ଶୋଇ ପଡ଼ିଥିବାରୁ ବାହାରକୁ ବାହାରି ପାରି ନ ଥିବା ଆଲୋଚନା ହେଉଛି। 

Deadbody Fire Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe