ସମୁଦ୍ର ମଝିରେ ଜୋର ହେଉଥିବା ପବନର ବେଗକୁ ସମ୍ଭାଳି ନ ପାରି ଓଲଟି ପଡ଼ିଲା ବୋଟ । ଫଳରେ ଅତଳ ଜଳରାଶିରେ ବୁଡ଼ି ୩୦ ଜଣଙ୍କ ଜୀବନ ଯାଇଥିବା ବେଳେ ୪୦ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଏପରି ଏକ ଅଘଟଣ ଫିଲିପାଇନ୍ସରେ ଘଟିଛି।
ଫିଲିପାଇନ୍ସ ରାଜଧାନୀ ନିକଟ ସମୁଦ୍ରରେ ଏହି ଅଘଟଣ ଗତକାଲି ଘଟିଛି। ଫିଲିପାଇନ୍ସ କୋଷ୍ଟ ଗାର୍ଡଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ଅଘଟଣ ଗତକାଲି ଅପରାହ୍ନ ପ୍ରାୟ ୧ଟା ବେଳେ ଘଟିଥିଲା। ପ୍ରାୟ ୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୋଟ୍ଟି ସମୁଦ୍ରରେ ଯାଉଥିବା ବେଳେ ମଝି ସମୁଦ୍ରରେ ଏହି ଅଘଟଣ ଘଟିଛି।
ତୁରନ୍ତ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ୪୦ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରିଥିଲେ। ଏଥିସହ ୩୦ ମୃତଦେହ ଉଦ୍ଧାର କରାଯାଇ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ବହୁ ଜଣଙ୍କ ପତ୍ତା ମିଳି ନ ଥିବା ବେଳେ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଭାଇ ସହ ଖେଳୁଥିଲା କୁନି ଝିଅ, ଝୁଣି ମାରିଦେଲେ କୁକୁର ପଲ
ଗତକାଲି ଦିନବେଳା ଘର ବାହାରେ ଥିବା ଏକ ଜମିରେ ନାବାଳିକାଜଣକ ଭାଇ ସହ ଖେଳୁଲେ। ଉକ୍ତ ସମୟରେ ୫ଟି କୁକୁର ଉଭୟ ଭାଭଉଣୀଙ୍କୁ ଆକ୍ରମଣ କରିଥିଲେ।
Accident
ଗୋଡ଼ାଇ ଗୋଡ଼ାଇ କାମୁଡ଼ୁଛି ପାଗଳା କୁକୁର, ୬ ଗୁରୁତର
ପାଗଳ କୁକୁର କାମୁଡ଼ାରେ ୬ଜଣ ଗୁରୁତର ହୋଇଛନ୍ତି। ସେମାନେ ଏବେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
Accident
ନିଆଁ ପୋଇଁ ହେଉଥିଲେ ବୃଦ୍ଧ; ଦଳିଦେଲା ଦନ୍ତା
ଗତକାଲି ବିଳମ୍ବିତ ରାତିରେ ଘର ବାହାରେ ନିଆଁ ଲଗାଇ ସେକି ହେଉଥିଲେ ସୋତୋ।