Advertisment

ବଜ୍ରପାତ ମୃତ୍ୟୁରେ ଆଗରେ ଓଡ଼ିଶା, ୫ ବର୍ଷରେ ଗଲାଣି ୧୧୦୩ ଜଣଙ୍କ ଜୀବନ

ଗତ ୫ ବର୍ଷରେ ରାଜ୍ୟରେ ୧୧୦୩ ଜଣଙ୍କର ବଜ୍ରପାତରେ ମୃତ୍ୟୁ ହୋଇଛି। ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତର ରଖି ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ ଏହା କହିଛନ୍ତି।

undefined

Lightning

Advertisment

ବଜ୍ରପାତ ମୃତ୍ୟୁରେ ଓଡ଼ିଶା ଦେଶରେ ସବୁଠୁ ଆଗରେ। ଗତ ୫ ବର୍ଷରେ ରାଜ୍ୟରେ ୧୧୦୩ ଜଣଙ୍କର ବଜ୍ରପାତରେ ମୃତ୍ୟୁ ହୋଇଛି। ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତର ରଖି ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ ଏହା କହିଛନ୍ତି। ସୁନ୍ଦରଗଡ଼, କେନ୍ଦୁଝର ଓ ବାଲେଶ୍ବରରେ ବଜ୍ରପାତ ମୃତ୍ୟୁ ଅନ୍ୟ ଜିଲ୍ଲା ଠାରୁ ଅଧିକ ରହିଛି। 

Advertisment

ଗତ ୫ ବର୍ଷରେ ଝାରସୁଗୁଡ଼ାରେ ୭୨ ଓ ବଲାଙ୍ଗିରରେ ୫୫ ଜଣଙ୍କ ବଜ୍ରପାତରେ ମୃତ୍ୟୁ ହୋଇଛି। ବଜ୍ରପାତ ଜନିତ ମୃତ୍ୟୁ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଦେଉଛନ୍ତି ସରକାର। ବଜ୍ରପାତ ପ୍ରସଙ୍ଗରେ ଗୃହରେ ଏହି ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଏହାସହ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ପାଇଁ ଯଥେଷ୍ଟ ପାଣ୍ଠି ଅଛି। ବିପର୍ଯ୍ୟୟ ପରିଚାଳନା ବିଭାଗ ପାଖରେ ୨୩୦୦ କୋଟି ଟଙ୍କା ଅଛି। ସେଥିରୁ ବିପର୍ଯ୍ୟୟ କ୍ଷତିପୂରଣ ପାଇଁ ୨୦୦ କୋଟି ଟଙ୍କା ରଖାଯାଇଛି। 

ଗବେଷଣା ଅନୁଯାୟୀ ଓଡ଼ିଶାରେ ଖଣିଜ ପଦାର୍ଥ ଭରପୂର ଥିବାରୁ ବଜ୍ରପାତ ଅଧିକ ହେଉଛି। କାରଣ ଖଣିଜ ପଦାର୍ଥ ହେଲା ବିଦ୍ୟୁତ ସୁପରିବାହୀ। ତେବେ ବଜ୍ରପାତର ପ୍ରଭାବ ରୋକିବା ପାଇଁ ତାଳଗଛ ରୋପଣ ପାଇଁ ବନ ବିଭାଗକୁ ୭ କୋଟି ଟଙ୍କା ଦିଆଯାଇଥିବା ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।

Advertisment
Odisha Minister Lightning Death Suresh Pujari Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe