Maguni Charan Kuanr
ଓଡ଼ିଶାର ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ପରଲୋକ ଘଟିଛି। ନିଜର ପୈତୃକ ଘର କେନ୍ଦୁଝର ଜିଲ୍ଲା ସ୍ଥିତ ବୈଦରାଜ ସାହିରେ ସେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା।
ଦୀର୍ଘ ଦିନରୁ ରୋଗାଗ୍ରସ୍ତ ଥିଲେ ମାଗୁଣି କୁଅଁର। ଏଥିପାଇଁ ବାରମ୍ବାର ତାଙ୍କୁ ମେଡିକାଲରେ ଭର୍ତ୍ତି ହେବାକୁ ପଡ଼ୁଥିଲା। ଆଜି ଭୋରରୁ ମାଗୁଣି କୁଅଁର ମୃତ୍ୟୁ ଘଟିଥିବା ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।
କଣ୍ଢେଇ ନୃତ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ମାଗୁଣି କୁଅଁର। ସେଥିପାଇଁ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଥିଲେ। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାଗୁଣି କୁଅଁରଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଥିଲେ।ମାଗୁଣୀ କୁଅଁରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1717210149.jpg)