/odisha-reporter/media/post_attachments/uploadimage/library/16_9/16_9_0/IMAGE_1735016104.jpg)
Elephant Attack
ନିଆଁ ପୋଇଁ ହେଉଥିବା ବେଳେ ବୃଦ୍ଧଙ୍କୁ ଦଳିଦେଲା ଦନ୍ତା। ଘଟଣା ଘଟିଛି ସମ୍ବଲପୁର ସଦର ଫରେଷ୍ଟ ରେଞ୍ଜ୍ ଆମ୍ବିଲିପାଣି ଗାଁରେ। ମୃତକ ହେଲେ ସେହି ଗାଁର ସୋତୋ ମୁଣ୍ଡା।
Advertisment
ଗତକାଲି ବିଳମ୍ବିତ ରାତିରେ ଘର ବାହାରେ ନିଆଁ ଲଗାଇ ସେକି ହେଉଥିଲେ ସୋତୋ। ସେହି ସମୟରେ ସେ ଦନ୍ତା ହାବୁଡ଼ରେ ପଡ଼ିଯାଇଥିଲେ। ହାତୀଟିକୁ ତାଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ବନ କର୍ମଚାରୀ ପହଞ୍ଚି ସୋତୋଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବୁର୍ଲା ଡାକ୍ତରଖାନାକୁ ପଠାଇଛନ୍ତି।
ସୋତୋଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
