Advertisment

ନିଆଁ ପୋଇଁ ହେଉଥିଲେ ବୃଦ୍ଧ; ଦଳିଦେଲା ଦନ୍ତା

ଗତକାଲି ବିଳମ୍ବିତ ରାତିରେ ଘର ବାହାରେ ନିଆଁ ଲଗାଇ ସେକି ହେଉଥିଲେ ସୋତୋ।

Elephant Attack

Elephant Attack

Advertisment

ନିଆଁ ପୋଇଁ ହେଉଥିବା ବେଳେ ବୃଦ୍ଧଙ୍କୁ ଦଳିଦେଲା ଦନ୍ତା। ଘଟଣା ଘଟିଛି ସମ୍ବଲପୁର ସଦର ଫରେଷ୍ଟ ରେଞ୍ଜ୍‌ ଆମ୍ବିଲିପାଣି ଗାଁରେ।  ମୃତକ ହେଲେ ସେହି ଗାଁର ସୋତୋ ମୁଣ୍ଡା।

Advertisment

ଗତକାଲି ବିଳମ୍ବିତ ରାତିରେ ଘର ବାହାରେ ନିଆଁ ଲଗାଇ ସେକି ହେଉଥିଲେ ସୋତୋ। ସେହି ସମୟରେ ସେ ଦନ୍ତା ହାବୁଡ଼ରେ ପଡ଼ିଯାଇଥିଲେ। ହାତୀଟିକୁ ତାଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ବନ କର୍ମଚାରୀ ପହଞ୍ଚି ସୋତୋଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବୁର୍ଲା ଡାକ୍ତରଖାନାକୁ ପଠାଇଛନ୍ତି।

ସୋତୋଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। 

Elephant Attack Sambalpur
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe