ଯାତ୍ରା ଦେଖି ଘରୁକୁ ଫେରୁଥିଲେ। ବାଟରେ ହାତୀରେ ହାବୁଡ଼ରେ ପଡ଼ିଗଲେ ବୃଦ୍ଧ। ହାତୀ ତାଙ୍କୁ ଶୁଣ୍ଢରେ ଉଠାଇ କଚାଡ଼ି ଦେଲା। କଟକ ଜିଲ୍ଲା ଆଠଗଡ଼ ଗୁରୁଡ଼ି ଝାଟିଆ ଥାନା ଅନ୍ତର୍ଗତ କାଣ୍ଡମୁଗୁରୀ ଗାଁରେ ଏହି ଘଟଣା ଘଟିଛି। ମୃତ ବୃଦ୍ଧ ଜଣଙ୍କ ହେଲେ ଗମିଆ ହନାଗା।
ଗତକାଲି ରାତିରେ ଗମିଆ ରାଧାଦାମୋଦରପୁରରୁ ଯାତ୍ରୀ ଦେଖି ଘରକୁ ଫେରୁଥିଲେ। ମତ୍ସ୍ୟପୁର ଫାର୍ମ ନିକଟରେ ସେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ତାଙ୍କୁ ଶୁଣ୍ଢରେ ଉଠାଇ କଚାଡ଼ି ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।
Also Read
ଖୁଣ୍ଟୁଣୀ ରେଞ୍ଜର ଓ ଖୁଣ୍ଟୁଣୀ ପୁଲିସର ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତୁ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।