Advertisment

ବସ୍ ଓ ଟ୍ରକ ମୁହାଁମୁହିଁ ଧକ୍କା; ହେଲପର ମୃତ, ୧୦ ଆହତ

ଗତକାଲି ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ୍‌ଟି ସମ୍ବଲପୁରରୁ ଭଦ୍ରକ ଅଭିମୁଖେ ଯାଉଥିଲା।

ଅଦ୍ୟତନ ହୋଇଛି
Accident

Accident

Advertisment

ସମ୍ବଲପୁର ଜମନକିରା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍ ଓ ଟ୍ରକ ମୁହାଁମୁହିଁ ଧକ୍କା ହେବାରୁ ବସ୍ ହେଲପରଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଗତକାଲି ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ୍‌ଟି ସମ୍ବଲପୁରରୁ ଭଦ୍ରକ ଅଭିମୁଖେ ଯାଉଥିଲା। ଏହି ସମୟରେ ଜମନକିରା ଥାନା ୫୩ ନମ୍ବର ଜାତୀୟ ରାଜପଥରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ସହ ବସ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା।

ଦୁର୍ଘଟଣାରେ ଘଟଣାସ୍ଥଳରେ ବସ୍ ହେଲପରଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ଗୁଚିଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭର୍ତ୍ତି କରାଯାଇଥିଲା। ୬ଜଣ ଯାତ୍ରୀଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାରେ ବସ୍ର ସମ୍ମୁଖ ଅଂଶଟି ସମ୍ପୂର୍ଣ୍ଣ ଭାଙ୍ଗି ଚୁରମାର ହୋଇ ଯାଇଛି। ପୁଲିସ ବସ୍‌କୁ ଜବତ କରି ଘଟଣା ତଦନ୍ତ କରୁଛି।

Advertisment
Roadaccident Sambalpur
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe