Advertisment

ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ; ଜଣେ ମୃତ, ୩ ଆହତ

ଗତକାଲି ରାତିରେ ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ‌ଆସୁଥିଲା।

author-image
Tapaswini Nayak
Accident

Accident

ଭାରସାମ୍ୟ ହରାଇ ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଯାଜପୁର ଜିଲ୍ଲା ଏନଏଚ ୧୬ ଚଣ୍ଡିଖୋଲ ନିକଟସ୍ଥ ନେଉଳପୁର ରେଲୱେ ଓଭରବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

Advertisment

ଗତକାଲି ରାତିରେ ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ‌ଆସୁଥିଲା। ଏନଏଚ୍‌ ୧୬ ନେଉଳପୁର ରେଲୱେ ଓଭରବ୍ରିଜ ନିକଟରେ ଏକ ଡମ୍ଫର ଛିଡ଼ା ହୋଇଥିଲା। ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ଡମ୍ଫରକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଆମ୍ବୁଲାନ୍ସ ଥିବା ଜଣେ ରୋଗୀଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସମ୍ପର୍କୀୟ ୩ ଜଣ ଗୁରୁତର ଆହତ ହୋଇଥିଲେ।

ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବଡ଼ ଚଣାଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

Advertisment
Jajpur Road Accident