କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ସଲପଗୁଡ଼ା ଗାଁରେ ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ନାଁ ଶିବ ମାଣ୍ଡି।
Also Read
ଆଜି ସକାଳ ୯ଟାରୁ ୧୦ଟା ମଧ୍ୟରେ ଏହି ଘଟଣା ଘଟିଛି। ସେହି ସମୟରେ ସଲପଗୁଡ଼ା ଗାଁରେ ବର୍ଷା ସହିତ ପ୍ରବଳ ଘଡ଼ଘଡ଼ି ହୋଇଥିଲା। ସେତେବେଳେ ଗାଁ ମୁଣ୍ଡରେ ଜମିରେ କିଛି ଲୋକ ମକା କ୍ଷେତରେ କାମ କରୁଥିଲେ। ବର୍ଷା ଓ ଘଡ଼ଘଡ଼ି ହେବାରୁ ସେମାନଙ୍କ ମଧ୍ୟରୁ ଏହି ୪ ଜଣ ସେଠାରେ ନିକଟରେ ଥିବା ଏକ କୁଡ଼ିଆକୁ ଚାଲି ଯାଇଥିଲେ। ସେମାନେ ସେଠାରେ ଆଶ୍ରୟ ନେଇଥିବା ବେଳେ ବିଜୁଳି ମାରିଥିଲା। ଫଳରେ ଶିବ ମାଣ୍ଡିଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।
ଏହି ଘଟଣାରେ ତିନି ଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନେ ସମସ୍ତେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ସେମାନଙ୍କୁ ନାରାୟଣପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।