ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣଙ୍କ ଅବସ୍ଥା ଗୁରୁତର ଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ ଆସିଛି ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ ଡାଲିଆକୁଜି ପଞ୍ଚାୟତର ଗଇଲକଣା ଗାଁରୁ। ମୃତକ ଜଣଙ୍କ ହେଉଛନ୍ତି ଗୋପାଳ କାଣ୍ଡାମାକା (୨୮)।
ଗୋପାଳଙ୍କର ଗତକାଲି ରାତିରେ ଝାଡ଼ାବାନ୍ତି ହୋଇଥିଲା। ପରିବାର ଲୋକେ ତାଙ୍କୁ ମୁନିଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ହେଲେ ସେଠାରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସା ଚାଲିଥିବା ବେଳେ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଥିଲା।
Also Read
ଗୁରୁତର ୪ ଜଣଙ୍କ ମଧ୍ୟରୁ ଜଣେ କାଦୁଲୁ କାଣ୍ଡାମାକା ମୁନିଗୁଡ଼ା ସରକାରୀ ମେଡ଼ିକାଲରେ ଚିକିତ୍ସିତ ହେଉଥିବା ବେଳେ ଅନ୍ୟମାନେ ବିଷମକଟକ ଖ୍ରୀଷ୍ଟୀୟାନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଗୁରୁତରମାନେ ହେଉଛନ୍ତି- କୁମାରୀ ମାଣ୍ଡିକା, ମିଲନ ମାଣ୍ଡିକା, କବିତା ଶବର।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।