ବାଣ ନେଲା ଜୀବନ। ବିସର୍ଜନ ବେଳେ ଫୁଟିଲା ବାଣ। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ନବରଙ୍ଗରପୁର ଜିଲ୍ଲା ଉମରକୋଟରେ ଏହି ଅଘଟଣ ଘଟିଛି।
ଉମରକୋଟ ଶିବାଜୀନଗର ପୂଜା କମିଟି ପକ୍ଷରୁ ଗତକାଲି ଗଣେଶ ମୂର୍ତ୍ତି ବିସର୍ଜନ ପାଇଁ ପ୍ରୋସେସନ ଚାଲିଥିଲା। ଏହି ସମୟରେ ବାଣ ଫୁଟୁଥିବା ବେଳେ ଦୀପକ ହରିଜନକ ଉପରେ ନିଆଁ ଖସି ପଡ଼ିଥିଲା।
Also Read
ଉକ୍ତ ସମୟରେ ପ୍ରୋସେସନରେ ସାମିଲ ହୋଇଥିବା ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉମରକୋଟ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
ଏହି ଘଟଣା ପରେ ମେଡିକାଲରେ ଉତ୍ତେଜନା ଦେଖାଦେଇଥିଲା। ପୁଲିସ୍ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରି ସ୍ଥିତିକୁ ନିୟନ୍ତ୍ରଣକୁ ଆଣିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।