ଭୁବନେଶ୍ୱର ପାଣ୍ଡରାସ୍ଥିତ ହାଇଟେକ୍ ହସ୍ପିଟାଲରେ ଘଟିଥିବା ହୋଇଥିବା ବିସ୍ଫୋରଣ ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ଏସିପି ଗୌତମ କିଶାନ ସୂଚନା ଦେଇଛନ୍ତି ।
ଗତ ୨ ଦିନ ତଳେ ହସ୍ପିଟାଲର ତୃତୀୟ ମହଲାରେ ଏକ ଏସିରେ ଗ୍ୟାସ୍ ଫିଲିଂ ବେଳେ ବିସ୍ଫୋରଣ ହୋଇଥିଲା । ନିଆଁକୁ ସଙ୍ଗେ ସଙ୍ଗେ ଆୟତ୍ତ କରାଯାଇଥିବା ସତ୍ତ୍ୱେ ଏଥିରେ ୪ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ବେଳେ ତାଙ୍କୁ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା ।
Also Read
ମାତ୍ର ଡାକ୍ତରଙ୍କ ଶତ ଚେଷ୍ଟା ସତ୍ତ୍ୱେ ଆଜି ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତେବେ ମୃତକଙ୍କ ପରିଚୟ ମିଳି ପାରିନି। ଏଥିରେ ଆହତ ହୋଇଥିବା ଅନ୍ୟମାନେ ଚିକିତ୍ସିତ ଅଛନ୍ତି। ଆହତ ହୋଇଥିବା ସମସ୍ତେ ମେଡ଼ିକାଲ୍ କର୍ମଚାରୀ ବୋଲି ଜଣାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।