Advertisment

ଦମ୍ପତିଙ୍କ ଉପରେ ମାଡ଼ିଗଲା ଟ୍ରକ୍

ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ସ୍ଥାନୀୟ ଲୋକେ ଅଟକ ରଖିଛନ୍ତି।

Accident

Accident

Advertisment

ଦମ୍ପତିଙ୍କ ଉପରେ ମାଡ଼ିଗଲା ଟ୍ରକ୍। ଦୁର୍ଘଟଣାରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଗୁରୁତର ଆହତ ହୋଇଛନ୍ତି। ପୁରୀ ଜିଲ୍ଲା ଦହିଜଙ୍ଗା ବ୍ରିଜ୍‌ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ମହିଳା ଜଣଙ୍କ ଅଙ୍ଗନବାଡି ସୁପରଭାଇଜର ବୋଲି ଜଣାଯାଇଛି।

Advertisment

ସ୍ୱାମୀସ୍ତ୍ରୀ ଆଜି ସକାଳେ ପାଇକସାହିରୁ ନିମାପଡ଼ା ଅଭିମୁଖେ ଯାଉଥିଲେ। ଏହି ସମୟରେ ଦହିଜଙ୍ଗା ବ୍ରିଜ୍‌ ଉପରେ ଏକ ଦ୍ରୁତ ଗତିରେ ଆସି ଦମ୍ପତିଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଗୁରୁତର ଆହତ ହୋଇଥିଲା। ସ୍ୱାମୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଯାଇଛି।

ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ସ୍ଥାନୀୟ ଲୋକେ ଅଟକ ରଖିଛନ୍ତି। ହେଲେ ଦୁର୍ଘଟଣା ପରେ ଡ୍ରାଇଭର ଫେରାର ହୋଇଯାଇଛି।

Advertisment
Puri Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe