Advertisment

ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ବୋଲେରୋ

ଦୁର୍ଘଟଣା ପରେ ବୋଲେରୋ ଚାଳକ ଗାଡ଼ି ନେଇ ଫେରାର ହୋଇଯାଇଛି।

author-image
Tapaswini Nayak
Accident

Accident

ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ବୋଲେରୋ। ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଗଣେଶପୁର ଗାଁ ନିକଟରେ ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।

Advertisment

ମୃତ ବ୍ୟକ୍ତି ଜଣଙ୍କ ହେଲେ ବୁର୍ଲା ଥାନା ଘୁଡକାଟିକ୍ରା ଗାଁର ଟଙ୍କଧର ନାଏକ। ଆହତ ବ୍ୟକ୍ତି ଜଣଙ୍କ ହେଲେ ବରଗଡ ଜିଲ୍ଲା ଭାଙ୍ଗକୁଦ ଗାଁର ସୁଶାନ୍ତ ଜଗଦଲା। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଦୁର୍ଘଟଣା ପରେ ବୋଲେରୋ ଚାଳକ ଗାଡ଼ି ନେଇ ଫେରାର ହୋଇଯାଇଛି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

Advertisment
Accident Sonepur