Advertisment

ବସ୍-ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ବାଇକ୍‌ ଆରୋହୀ ମୃତ, ଜଣେ ଗୁରୁତର

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା।

ଅଦ୍ୟତନ ହୋଇଛି
Road Accident

Road Accident

Advertisment

ବାଲେଶ୍ୱର ଜିଲ୍ଲା ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତା ମହାଦେବ ଛକ ନିକଟରେ ଆଜି ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌  ଓ ବସ୍ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତାହାତଙ୍କ ଘର ଭୋଗରାଇପୁର ବ୍ଲକ୍ ଅନ୍ତର୍ଗତ ଉଦୟପୁର ଅଞ୍ଚଳରେ।

Advertisment

ଆଜି ସକାଳେ ଏକ ଯାତ୍ରୀବାହୀ ବସ୍ ବ୍ରହ୍ମପୁରରୁ ଚନ୍ଦନେଶ୍ୱର ଅଭିମୁଖେ ଯାଉଥିଲା। ଏହି ସମୟରେ ମହାଗବ ଛକ ନିକଟରେ ଉଦୟପୁରରୁ ଜଳେଶ୍ୱର ଅଭିମୁଖେ ଯାଉଥିବା ବାଇକ ଆରୋହୀଙ୍କ ସହିତ ବସ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଜଳେଶ୍ୱର ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଜଣେ ବାଇକ ଆରୋହୀଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

 ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି ସ୍ଥାନୀୟ ଲୋକେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି। ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।  

Advertisment
Balasore Roadaccident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe