ରଙ୍ଗରୁଟ ହେଲା କାଳ। ରଙ୍ଗରୁଟରେ ଗାଡ଼ି ନେବାରୁ ଦୁର୍ଘଟଣା ଘଟି ଜଣଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଥିବା ଜଣାଯାଇଛି। ଗତକାଲି ବିଳମ୍ବିତ ରାତିରେ ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ନୂତନ ବସଷ୍ଟାଣ୍ଡ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।
ଯାଜପୁର ଜିଲ୍ଲା ଆହିୟାସ ଅଞ୍ଚଳର ଦୁଇଜଣ ଯୁଵ ଗତଳାଲି ଭଦ୍ରକର ଚରମ୍ପାରୁ ଯାଜପୁର ଅଞ୍ଚଳକୁ ବାଇକ୍ରେ ଯାଉଥିଲେ। ଏହି ସମୟରେ ରଙ୍ଗରୁଟରେ ଆସି ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ନୂତନ ବସ୍ଷ୍ଟାଣ୍ଡ ନିକଟରେ ବ୍ରେକ ଡାଉନ ହୋଇ ଛିଡା ହୋଇଥିବା ଏକ ଟ୍ରକକୁ ପଛରୁ ଧକ୍କା ଦେଇଥିଲେ।
Also Read
ଘଟଣା ସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ ଅନ୍ୟ ଜଣେ ବ୍ୟକ୍ତିଙ୍କୁ ସ୍ଥାନୀୟ ଯୁବକଙ୍କ ସହାୟତାରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଅଵସ୍ଥା ଗୁରୁତର ହେଵାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି। ଭଦ୍ରକ ସଦର ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଜଳିଗଲା ଧାନ ଗଦା, ୧୩ ଏକର ଜମିର ଧାନ ଫସଲ ଭସ୍ମ
ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା ବେଳକୁ ସେତେବଳେକୁ ସବୁ ପୋଡ଼ି ନଷ୍ଟ ହୋଇଯାଇଥିଲା।
Accident
ଫାଟକରେ ଗଳି ଟ୍ରାକ୍ ଅତିକ୍ରମ କରୁଥିଲେ! ମାଡ଼ିଗଲା ଟ୍ରେନ୍, ୨ ମୃତ
ଟ୍ରେନ୍ ଆସୁଥିବାରୁ ରାତି ପ୍ରାୟ ୯ଟା ବେଳେ କଳୁଙ୍ଗା ରେଳ ଫାଟକ ପଡ଼ିଥିଲା। ଠିକ୍ ସେତିକି ବେଳେ ୫ ଜଣ ଯୁବକ ୩ଟି ବାଇକ୍ରେ ଆସିଥିଲେ। ଫାଟ୍କ ପଡ଼ିଥିବା ଦେଖି ସମସ୍ତେ ରେଳ ଫାଟକ ପାର୍ଶ୍ୱରେ ଗଳି ଟ୍ରାକ୍ ଅତିକ୍ରମ କରୁଥିଲେ।
Accident
ମଦ ନିଶାରେ ଘର ଭାବି ଶୋରିଷ ବାଡ଼ିରେ ଶୋଇଥିଲେ! ତା’ପରେ...
କାଞ୍ଜିପାଣି ଥାନା ଗୁପ୍ତଗଙ୍ଗା ଗାଁର ବାଣେଶ୍ୱର ଯୁଆଙ୍ଗ ସୋମବାର ମଧ୍ୟାହ୍ନରେ ସାଙ୍ଗମାନଙ୍କ ସହିତ ମହାକୁଡ଼ ସାହିକୁ ଯାଇଥିଲେ। ସେଠାରେ ସମସ୍ତେ ମଦ ପିଇଥିବା ଅଭିଯୋଗ ହୋଇଥିଲା। ମଦ ପିଇବା ପରେ ସାଙ୍ଗମାନେ ନିଜ ନିଜ ରାସ୍ତାରେ ପଳାଇଗଲେ।