ବାଇକ ଦୁର୍ଘଟଣାରେ ଜଣେ ମୃତ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଓ କରଞ୍ଜିଆ ରାସ୍ତାର ସାତକୋଶିଆ ନିକଟରେ। ମୃତକ ଜଣଙ୍କ ହେଉଛନ୍ତି ପଶି ଗାଁର ପାଣ୍ଡୁ ମୁଣ୍ଡା ସରଳା।
Also Read
ପାଣ୍ଡୁ ମୁଣ୍ଡା ଓ ଶୀତଳ ବିନ୍ଧାଣି ଗୋଟିଏ ବାଇକରେ କୌଣସି କାମରେ ବଜାରକୁ ଯାଉଥିଲେ। ରାସ୍ତାରେ ଯିବାବେଳେ ବାଇକଟି ଭାରସାମ୍ୟ ହରାଇ ଗୋଟିଏ ଗଛରେ ପିଟି ହୋଇଥିଲା। ଫଳରେ ପାଣ୍ଡୁ ମୁଣ୍ଡା ଓ ଶୀତଳ ବିନ୍ଧାଣି ଦୁଇ ଜଣ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା କଡ଼ରେ ପଡ଼ିଥିଲେ। ସ୍ଥାନୀୟ ଲୋକ ଦେଖି ଉଭୟଙ୍କୁ ଆମ୍ବୁଲାନ୍ସରେ ଆନନ୍ଦପୁର ମେଡ଼ିକାଲକୁ ନେଇଥିଲେ। ସେଠାରେ ପାଣ୍ଡୁ ମୁଣ୍ଡା ସରଳାଙ୍କର ମୃତ୍ୟୁ ହୋଇଥିବା ବେଳେ ଶୀତଳ ବିନ୍ଧାଣିଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।