Accident
Advertisment
ରାସ୍ତା ପାର ହେଉଥିବା ବେଳେ ଯୁବକଙ୍କ ଉପରେ ମାଡ଼ିଗଲା କ୍ରେନ। ଘଟଣାସ୍ଥଳରେ ଚାଲିଗଲା ଯୁବକଙ୍କ ଜୀବନ। ବରଗଡ଼ ଜିଲ୍ଲା ଭଟଲି ଛକରେ ଏହି ଦୁର୍ଘଟଣା ଘଟିଛି। ମୃତ ଯୁବକ ଜଣଙ୍କ ପରିଚୟ ମିଳିନାହିଁ।
Advertisment
ଆଜି ସକାଳେ ଯୁବକ ଜଣଙ୍କ ରାସ୍ତା ପାର ହୋଇ କୌଣସି କାମରେ ଯାଉଥିଲେ। ଏହି ସମୟରେ ଦ୍ରୁତ ଗତିରେ ଏକ କ୍ରେନ ଆସି ଯୁବକଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ଯୁବକଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାପରେ ପୁଲିସ ଗାଡ଼ିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Accident_1731048887.jpg)