Advertisment

ହାଟକୁ ଯାଉଥିଲେ; ମାଡ଼ିଗଲା ଟ୍ରକ୍‌

ଆଜି ସକାଳେ ଯୋଗୀ ବାଇକରେ ହାଟକୁ ଯାଉଥିଲେ।

Accident

Accident

Advertisment

ହାଟକୁ ଯିବା ବେଳେ ଜଣେ ବ୍ୟକ୍ତିଙ୍କ ଉପରେ ମାଡ଼ିଗଲା ଟ୍ରକ୍‌। ଅନୁଗୋଳ ଜିଲ୍ଲା ଜରପଡ଼ା ଥାନା ଅନ୍ତର୍ଗତ ୫୫ନଂ ଜାତୀୟ ରାଜପଥ ମରାତିରା ହାଟ ଛକଠାରେ ଏହି ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ମରାତିରା ଗ୍ରାମର ଯୋଗୀ ବିଶ୍ଵାଳ

Advertisment

ଆଜି ସକାଳେ ଯୋଗୀ ବାଇକରେ ହାଟକୁ ଯାଉଥିଲେ। ଏହି ସମୟରେ ମରାତିରା ହାଟ ଛକଠାରେ ଟ୍ରକ୍‌ଟି ତାଙ୍କ ଉପରେ ମାଡ଼ି ଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଥିଲେ। ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି।

Advertisment
Road Accident Anugul
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe