Advertisment

ବିବାହ ଭୋଜିରୁ ଫେରୁଥିଲେ; ଗଛରେ ପିଟିହେଲା କାର୍

ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା।

ଅଦ୍ୟତନ ହୋଇଛି
Road accident

Road accident

Advertisment

ବିବାହ ଭୋଜିରୁ ଘରକୁ କାରରେ ଫେରୁଥିଲେ। ଅଧା ବାଟରେ ଗଛରେ ପିଟିହେଲା କାର୍‌। ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ରଣଶଙ୍ଖ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଯୁବକଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଗତକାଲି ବିଳମ୍ବିତ ରାତିରେ  ୩ ଜଣ ଯୁବକ ବିବାହ ଭୋଜିରୁ ଯୋଗ ଦେଇ ଏକ କାର୍‌ରେ ବାଙ୍କୀରୁ ଆଠଗଡ଼ ନିଜ ଘରକୁ ଫେରୁଥିଲେ। ରଣଶଙ୍ଖ ଠାରେ ବୁଲାଣୀ ରାସ୍ତାରେ କାର୍‌ଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା।

ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଥିଲେ। ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା। ସ୍ଥାନୀୟ ଲୋକେ ଆହତ ଯୁବକଙ୍କୁ ଉଦ୍ଧାର କରି ବାଙ୍କୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପୁଲିସ କାର୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Cuttack Roadaccident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe