/odisha-reporter/media/post_attachments/uploadimage/library/16_9/16_9_0/Accident_1735266099.jpg)
Accident
ପୋଲର ବାଡ଼ାକୁ ଧକ୍କା ଦେଇ ୨୦ ଫୁଟ ତଳକୁ ଖସିଲା ବାଇକ୍ ଚାଳକ। ଦୁର୍ଘଟଣାରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି। ଗଜପତି ଜିଲ୍ଲା ମୋହନା ସ୍ଥିତ ଲେଡ଼ବନ୍ଧ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ବାଇକ ଆରୋହୀଙ୍କର ପରିଚୟ ମିଳିନାହିଁ।
Advertisment
ଗତକାଲି ରାତିରେ ପୋଲ ଉପରେ ବାଇକ ପଡ଼ିଥିବା ଦେଖି ସ୍ଥାନୀୟ ଲୋକଙ୍କର ସନ୍ଦେହ ହୋଇଥିଲା। ସ୍ଥାନୀୟ ଲୋକେ ପୁଲିସ ଓ ମୋହନା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।। ଅଗ୍ନିଶମ ବାହିନୀ ପହଞ୍ଚି ଯୁବକଙ୍କୁ ପୋଲ ତଳୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।
ସେଠାରେ ଡାକ୍ତର ବାଇକ୍ ଚାଳକଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ଏଥିସହ ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
